Odiapua.com

ମହାମହିମ ରାଷ୍ଟ୍ରପତିଙ୍କୁ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

– ସମ୍ବଲପୁରୀ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ
– ସ୍ୱାଧୀନତା ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କଲେ

ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁଲାଇ ୩୦ (ଓଡ଼ିଆ ପୁଅ) – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ରାଷ୍ଟ୍ରପତି ଭବନରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ୍ କରିଛନ୍ତି।

ଏହି ସାକ୍ଷାତ କାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ସମ୍ବଲପୁରୀ ବସ୍ତ୍ରରେ ତିଆରି ଏକ ଉତ୍ତରୀୟ ଦେଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହାସହ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ମୁଖ୍ୟ ପୁରୋଧା ପବିତ୍ର ମୋହନ ପ୍ରଧାନଙ୍କ ଉପରେ ଏକ ଲିଖିତ ପୁସ୍ତକ ‘ପବିତ୍ର ଗ୍ରନ୍ଥାବଳୀ’ ପ୍ରଦାନ କରିଥିଲେ। ଏହି ସାକ୍ଷାତ ବେଳେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଶିକ୍ଷା ମନ୍ତ୍ରଣାଳୟର ରାଷ୍ଟ୍ର ମନ୍ତ୍ରୀ ଡା. ସୁବାଷ ସରକାର ମଧ୍ୟ ଉପସ୍ଥିତ ଥିଲେ।