ନୂଆ ଦିଲ୍ଲୀ ୧୧-୧ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବା ଲାଗି ମଞ୍ଜୁର କରିଛନ୍ତି। ଏହି ଅଗ୍ନିକାଣ୍ଡରେ ଗୁରୁତର ଭାବେ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବାକୁ ମଧ୍ୟ ସେ ଅନୁମୋଦନ କରିଛନ୍ତି।
Home ଓଡ଼ିଶା ମହାରାଷ୍ଟ୍ର ହସ୍ପିଟାଲ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପା...