Odiapua.com

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ହାଟଡ଼ିହି-୨୦ /୪, (ଓଡିଆପୁଅ / ବିକାଶ ବିଶ୍ୱାଳ) ନନ୍ଦିପଦା ଥାନା ଚଣ୍ଡିଆ ବିରଞ୍ଚିପୁର ଗ୍ରାମର ଜଣେ ମହିଳାଙ୍କୁ ଦୁଷ୍କର୍ମ କରାଯାଇଥିବା ନନ୍ଦିପଦା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାଇ ଗତ ୧୭ତାରିଖ ଶନିବାର ରାତିରେ ସେହି ଗ୍ରାମର ଜଣେ ଯୁବକ ଗାଁର ଜଣେ ମହିଳାଙ୍କୁ ଗାଳି ଗୁଲଜ କରିବା ସହିତ ତାଙ୍କ କବାଟ ଭାଙ୍ଗି ଘର ଭିତରେ ପସି ତାଙ୍କୁ ଦୁଷ୍କର୍ମ କରିଥିବା ନେଇ ମହିଳା ଜଣକ ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବାପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି ।