Home ଅପରାଧ ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

193

ମୟୁରଭଞ୍ଜ,ତା ୧୫ ଅକ୍ଟୋବର (ଓଡ଼ିଆ ପୁଅ/ପ୍ରେମାନନ୍ଦ ଦାସ/ସୀତାରାମ ଦୀକ୍ଷିତ) ମୟୁରଭଞ୍ଜ ଜିଲ୍ଲା ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ୧୯ ନମ୍ବର ୱାର୍ଡ ଅଞ୍ଚଳରେ ଜଣେ ମହିଳା ବେକରେ ଶାଢୀ ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି । ମିଳିଥିବା ଖବର ଅନୁଯାୟୀ ମୃତ ମହିଳା ଜଣଙ୍କ କୃପାସିନ୍ଧୁ ସିଂଙ୍କ ପତ୍ନୀ ଭାରତୀ ସିଂ ବୋଲି ଜଣାପଡ଼ିଛି । ଭାରତୀଙ୍କ ସ୍ୱାମୀ ଏକ ବିଦ୍ୟାଳୟରେ କ୍ଲର୍କ୍ ଭାବେ କାମ କରୁଥିବା ବେଳେ ତାଙ୍କର ଦୁଇଟି ପୁତ୍ର ସନ୍ତାନ ଅଛନ୍ତି । ଭାରତୀ ଆଜି ଘରେ କେହି ନଥିବାର ସୁଯୋଗ ନେଇ କୌଣସି କାରଣରୁ ଆତ୍ମହତ୍ୟା କରିଛନ୍ତି । ପରିବାର ଲୋକମାନେ ଘଟଣା ଦେଖିବା ପରେ ବାରିପଦା ଟାଉନ୍ ଥାନାକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଝୁଲନ୍ତା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରିବା ପରେ ଘଟଣାର ଏକ ଅପମୃତ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଭାରତୀଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ସତ୍ୟତା ଜାଣିବା ପାଇଁ ଘଟଣାର ଅଧିକରୁ ଅଧିକ ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.