ଭଦ୍ରକ, ୨୭ା୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକର ଏକ ଅଗ୍ରଣୀ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ଓ ଇ-ସେବା ଯୋଗାଣକାରୀ ସଂସ୍ଥା ମାକ୍ରୋୱେବ୍ ଟେକ୍ନୋଲୋଜିରେ ୭୬ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପୂର୍ବ ପ୍ରସ୍ତୁତି ଅନୁଯାୟୀ ଏହି ରାଷ୍ଟ୍ରୀୟ ଉତ୍ସବରେ ମୁଖ୍ୟଅତିଥି ଭାବେ ଡେପୁଟି କଲେକ୍ଟର କାର୍ତିକନାଥ ମଣ୍ଡଳ ଜାତୀୟ ପତାକା ଉତୋଳନ କରି ଉଦ୍ବୋଧନ ଦେବା ଅବସରରେ ଏହି ଦିବସ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ପ୍ରମୋଦ ରାୟ ଉପସ୍ଥିତ ଥିବାବେଳେ ଅନୁଷ୍ଠାନର ପରିଚାଳନା ନିର୍ଦ୍ଦେଶକ ମନୋଜ କୁମାର ରାୟ ଓ କର୍ମକର୍ତାଙ୍କ ସମେତ ଜିଲାସ୍ତରୀୟ ବହୁ ଗଣମାଧ୍ୟମ ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ନିର୍ଦ୍ଦେଶିକା ନମ୍ରତା ରାୟ ପରିଚାଳନା କରିଥିଲେ।