Home ଓଡ଼ିଶା ମାନସିକ ଭାରସାମ୍ୟ ହରାଇଛନ୍ତି ଲେଖାଶ୍ରୀ: ବିଜେଡି

ମାନସିକ ଭାରସାମ୍ୟ ହରାଇଛନ୍ତି ଲେଖାଶ୍ରୀ: ବିଜେଡି

43

ଭୁବନେଶ୍ୱର, ୨୩/୦୨ (ଓଡ଼ିଆ ପୁଅ) : ବିଜେପି ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାର ତାଙ୍କର ମାନସିକ ଭାରସାମ୍ୟ ହରାଇବା ଭଳି ଲକ୍ଷ୍ୟ କରାଯାଉଛି। ଆମେ ବାରମ୍ବାର କହୁଛୁ ଯେ ଯଦି ତାଙ୍କ ପାଖରେ କିଛି ତଥ୍ୟ ପ୍ରମାଣ ରହିଛି ତେବେ ସେ ତାକୁ ଅଦାଲତରେ ଦାଖଲ କରନ୍ତୁ। ହେଲେ ସେ କୌଣସି ପ୍ରମାଣ ଦାଖଲ କରିପାରୁ ନାହାନ୍ତି ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇସ୍ପିତା ସାହୁ।

ସୁଶ୍ରୀ ସାହୁ କହିଛନ୍ତି ଯେ ରାଜ୍ୟ ସରକାର କେଉଁ ଆଇନ୍ଜୀବୀଙ୍କୁ ନିୟୋଜିତ କରିବେ ଲେଖାଶ୍ରୀଙ୍କୁ ପଚାରି କରିଥାଆନ୍ତେ। ଯେଭଳିକି ଏହାର ତଦନ୍ତ କିଭଳି ହେବ ତାହା ସ୍ଥିର କରିବା ଲେଖାଶ୍ରୀ ଚାହୁଁଥିଲେ। ଏହା ଦ୍ୱାରା ସେ ତଦନ୍ତକୁ ଦିଗହରା ଓ ବାଟବଣା କରିବାକୁ ଚାହୁଁଛନ୍ତି। ଏଭଳି କାର୍ଯ୍ୟପାଇଁ ସେ ଲଜ୍ଜିତ ହେବା ସହିତ ଓଡିଶାବାସୀଙ୍କ ନିକଟରୁ ଏଥିପାଇଁ କ୍ଷମା ମାଗିନେବା ଉଚିତ୍।

ବିଗତ ୨୧ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ପିପିଲି ଅଞ୍ଚଳରେ ବ୍ୟାପକ ବିକାଶ କାର୍ଯ୍ୟ ହୋଇଥିବାବେଳେ ଲେଖାଶ୍ରୀଙ୍କ ମନଗଢା କାହାଣୀ ଲୋକଙ୍କ ଉପରେ କୌଣସି ପ୍ରଭାବ ପକାଇବ ନାହିଁ। ଲେଖାଶ୍ରୀଙ୍କ ଉପରେ ଏବେ ଦୟା ଆସୁଛି। ବିଗତ ଦୁଇଟି ନିର୍ବାଚନରେ ବିଜେପି ତାଙ୍କୁ ଟିକେଟ ଦେଇନଥିବାରୁ କାଳେ ଟିକେଟ ମିଳିଯିବ ସେହି ଆଶାରେ ସେ ଏବେ ପିପିଲିରେ ନାକ ପୂରାଉଛନ୍ତି। ଜଣେ ମହିଳା ହିସାବରେ ମୁଁ ତାଙ୍କ ପ୍ରତି ସମବେଦନା ଜଣାଉଛି ବୋଲି କହିଛନ୍ତି ସୁଶ୍ରୀ ସାହୁ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.