Home ଜିଲ୍ଲା ପରିକ୍ରମା ମାଲକାନଗିରି ଜିଲ୍ଲାରେ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଁଚିଲା

ମାଲକାନଗିରି ଜିଲ୍ଲାରେ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଁଚିଲା

73

ମାଲକାନଗିରି,୧ା୬(ଓଡିଆ ପୁଅ ) ମାଲକାନଗିରି ଜିଲ୍ଲାରେ ପୁଣି ଆଜି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି , ମଇ ମାସ ଶେଷ ଦିନରେ ଗତ କାଲି ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳ ଆଜି ଜୁନ ମାସପ୍ରଥମ ଦିନରେ ଆଉଜଣେ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ଲଗାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଁଚିଛି । ଆଜିର ଚିହ୍ନଟ ଆକ୍ରାନ୍ତ ତାମିଲନାଡୁ ଫେରନ୍ତା ସେ କାଲିମେଳା ଏମଭି୭୨ ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର କ୍ୱାରେଟାଂଇନ ରହୁଥିଲେ ବୋଲି ଜଣାପଡିଛି । ଆଜିର ଆକ୍ରାନ୍ତଙ୍କ ଟ୍ରାଭେଲ ରିପୋର୍ଟ ଜଣାପଡିଯାଇଛି ,ଚିହ୍ନଟ ଆକ୍ରାନ୍ତ ଅନ୍ୟ କେଉଁ ଲୋକଙ୍କ ସଂସ୍ପର୍ଷରେ ଆସିଛନ୍ତି କି ନାହିଁ ତାହାର ତଦନ୍ତ ଚାଲିଛି । ଆଜିର ଆକ୍ରାନ୍ତଙ୍କୁ ମାଲକାନଗିରି ଜିଲ୍ଲା କୋଭିଡ ହସପିଟାଲରେ ଚିକିତ୍ସା ନିମନ୍ତେ ଭର୍ତିକରାଯାଇଛି । କାଲିମେଳା ବ୍ଲକର ଏମଭି୭୨ କ୍ୱାରେଟାଂଇନ କେନ୍ଦ୍ରର ଅଚଂଳକୁ କଟେଂନମେଟଂ ଜୋନ ଭାବେ ଘୋଷଣା କରାଯାଇ ସେ ଅଚଂଳରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୨୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ପୁରୁଷ,୬ଜଣ ମହିଳା ଓ ଜଣେ ଶିଶୁ ଅଛନ୍ତି । ୨୧ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ ସୁସ୍ଥ ହୋଇ ଥିବା ବେଳେ ଅନ୍ୟ୧୮ଜଣ କୋଭିଡ ହସପାଟିଲରେ ଚିକିତ୍ସିତ ହେଉଛନ୍ତି । ବିଶେଷ କରି ଏମଭି୭୨,ଏମଭି୭୩ ସଙ୍ଗରୋଧ କେନ୍ଦ୍ରରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣ ଠାରୁ ସତର୍କ ରହିବା ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଏଥିରେ କେହି ଭୟଭିତ ହୁଅନ୍ତୁନାହିଁ,ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ,ସମସ୍ତେ ମାସ୍କ ବ୍ୟବହାର କରିବା ସହିତ ସାମାଜିକ ଦୂରତା ବଜାୟୀ ରଖନ୍ତୁ ଓ ସବ ର୍ସାଧରଣ ସ୍ଥାନରେ ଛେପ ପକାନ୍ତୁ ନାହିଁ, ସରକାର ଓ ଜିଲ୍ଲାପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ନୀୟମ କୁ ମାନନ୍ତୁ ବୋଲି ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳ ମନୀଷ ଅଗ୍ରଓ୍ୟାଲ ପରାମର୍ଶ ଦେଇଛନ୍ତି

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.