Odiapua.com

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ କ୍ଷେତ୍ରରେ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର, ୨୭.୪ (ଓଡ଼ିଆ ପୁଅ) କରୋନା ଯୋଗୁ ସାରା ବିଶ୍ବରେ ଏକ ବିରାଟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇଛି। ଏହି ପରିପ୍ରେକ୍ଷୀରେ କରୋନା ଭାଇରସ ସଂପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏଭଳି କଠିନ ପରିସ୍ଥିତିରେ ମଧ୍ୟ ସାମ୍ବାଦିକମାନେ ନିଷ୍ଠାର ସହିତ ସେମାନଙ୍କ ଦାୟିତ୍ବ ନିର୍ବାହ କରି ଚାଲିଛନ୍ତି। ତେଣୁ କାର୍ଯ୍ୟରତ ସାମ୍ବାଦିକମାନେ ଯଦି କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରନ୍ତି, ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।