Home Top News ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି, ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି, ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ

59

ଭୁବନେଶ୍ୱର ୮ -୧୦ (ଓଡ଼ିଆ ପୁଅ) ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧%ମହଙ୍ଗା ଭତ୍ତା ଓ Dearness Relief ଘୋଷଣା କରିଛନ୍ତି।

ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି, ୨୮%ରେ ପହଞ୍ଚିଲା।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୨୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ। ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.