Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମଧ୍ୟ ୫ ମାସ ପାଇଁ ମାଗଣା ଚାଉଳ ଓ ଡାଲି ପାଇବେ

293

ଭୁବନେଶ୍ୱର ୨୧-୭ (ଓଡ଼ିଆ ପୁଅ) କରୋନା ସଂକ୍ରମଣ ଏବଂ ତଜନିତ ଲଉନ ଓ ସଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏହାଦ୍ବାରା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ।

ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡ଼ିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.