Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଫୁଲବାଣୀ ଗସ୍ତକୁ ନେଇ ବିଜେଡିର ବୈଠକ

ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ଫୁଲବାଣୀ ଗସ୍ତକୁ ନେଇ ବିଜେଡିର ବୈଠକ

68

କନ୍ଧମାଳ, (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ):ଚଳିତ ମାସ ୨୨ ତାରିଖରେ ଫୁଲବାଣୀ ଗସ୍ତରେ ଆସୁଛନ୍ତି ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମିଳିଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଦିନିକିଆ ଗସ୍ତରେ ଫୁଲବାଣୀ ଆସିବେ। ହେଲିକପ୍ଟର ଯୋଗେ ଆସି ଫୁଲବାଣୀ ଷ୍ଟାଡିୟମରେ ଓହ୍ଲାଇବେ। ସେଠାରେ ଆୟୋଜିତ ଏକ ବିରାଟ ସାଧାରଣ ସଭାରେ ଯୋଗଦେଇ ଉଦବୋଧନ ଦେବେ। କାର୍ଯ୍ୟକ୍ରମରେ ଫୁଲବାଣୀରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ବଣ୍ଟନ କରିବା ସହ ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଜିଲ୍ଲା ବିଜେଡି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ସେ ନେଇ ଫୁଲବାଣୀ ଗାନ୍ଧୀ ସ୍ମୃତି ଭବନଠାରେ ଦଳ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.