Odiapua.com

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ : ସାଢ଼େ ୪ କୋଟି ଓଡ଼ିଆଙ୍କ ସେବାରେ ହେବ ସମର୍ପିତ: ପ୍ରଣବ

ଭୁବନେଶ୍ୱର ୧୨ ଜୁଲାଇ (ଓଡ଼ିଆ ପୁଅ) ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି। ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ୍ ହୋଇଛନ୍ତି।

ଆଜି ପବିତ୍ର ରଥଯାତ୍ରାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ। ଏହା କେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ। ଓଡ଼ିଶା ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ।

ଏହି ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ପ୍ରତ୍ୟେକ ବିଜେଡ଼ି ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ କୃତଜ୍ଞତା ଓ ଅଭିନନ୍ଦନ ଜଣାଛନ୍ତି ପ୍ରଣବ ପ୍ରକାଶ ଦାସ, ସାଙ୍ଗଠନିକ ସମ୍ପାଦକ, ବିଜୁ ଜନତା ଦଳ।

ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହି କାର୍ଯ୍ୟକ୍ରମରେ ସାମିଲ୍ ହେବେ। ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ ବୋଲି ଶ୍ରୀ ଦାସ ପ୍ରକାଶ କରିଛନ୍ତି।