Home Top News ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ୫-T ରୂପାନ୍ତରଣ କାର୍ଯ୍ୟକ୍ରମରେ ବାହନାଗା ହାଇସ୍କୁଲର ନବୀକରଣ କରାଯିବ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ୫-T ରୂପାନ୍ତରଣ କାର୍ଯ୍ୟକ୍ରମରେ ବାହନାଗା ହାଇସ୍କୁଲର ନବୀକରଣ କରାଯିବ

18

– ଏକ ମଡେଲ ସ୍କୁଲ ଭାବରେ ବିକଶିତ ହେବ
– ୧୫ ଦିନ ମଧ୍ୟରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୦୯.୦୬ (ଓଡ଼ିଆ ପୁଅ) ‍ବାଲେଶ୍ୱର ଜିଲ୍ଲାର ବାହନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ Elementary ସ୍କୁଲ ଗୃହ ୫-T ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସରର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହନଗା ରେଳ ଷ୍ଟେସନ ଠାରେ ସଂଘଠିତ ଭୟାବହ ରେଳ ଦୂର୍ଘଟଣା ପରବର୍ତ୍ତି ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ଶିକ୍ଷକ ଶିକ୍ଷୟତ୍ରୀ ଉଦ୍ଧାର ଓ ସେବା କାର୍ଯ୍ୟରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ତେଣୁ ଏହି ଭଳି ମହତ କାର୍ଯ୍ୟରେ ସେମାନଙ୍କ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ସେ ଅଞ୍ଚଳର ଏହି ପ୍ରମୁଖ ଶିକ୍ଷା ଅନୁଷ୍ଠାନକୁ ୫-T କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା, ମୁଖ୍ୟମନ୍ତ୍ରୀଙ୍କ ୫-T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ, ସ୍କୁଲ ଗଣଶିକ୍ଷା ସଚିବ ଏସ୍. ଅଶ୍ୱସ୍ତି ଭିଡିଓ କନ୍‌ଫେଲନ୍ସ ଯୋଗେ ବାଲେଶ୍ୱର ଜିଲ୍ଲାପାଳ, ସ୍କୁଲ ପରିଚାଳନା କମିଟିର ସଦସ୍ୟବୃନ୍ଦ, ପଞ୍ଚାୟତ ପ୍ରତିନିଧି, ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ସହ ଆଲୋଚନା କରିଥିଲେ।

ସ୍କୁଲ ର ୨ଜଣ ଛାତ୍ରଛାତ୍ରୀ ଅଷ୍ଟମ ଶ୍ରେଣୀର ପ୍ରିୟଙ୍କା ବେହେରା ଓ ଷଷ୍ଠ ଶ୍ରେଣୀର ସୁମନ ସାହୁ ସ୍କୁଲର ବିକାଶ ବିଷୟରେ ୫-T ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହ ମତ ବିନିମୟ କରିଥିଲେ ଓ ସ୍କୁଲର ବିକାଶ ସମ୍ପର୍କରେ ପ୍ରସ୍ତାବ ଦେଇଥିଲେ। ପିଲାମାନଙ୍କର ମତାମତ ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ସ୍କୁଲର ବିକାଶ ଯଥା କଂକ୍ରିଟ ଛାତ, ଶ୍ରେଣୀ ଗୃହ, ଖେଳ ପଡିଆ, ପାଚେରୀ ଆଦି ସୁବିଧା ସୁଯୋଗର ବିକାଶ ପାଇଁ ନିଷ୍ପତ୍ତି କରାଯାଇଥିଲା। ଏ ସଂକ୍ରାନ୍ତରେ ୧୫ ଦିନ ମଧ୍ୟରେ ବିସ୍ତୃତ ଯୋଜନା ପ୍ରସ୍ତୃତି କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.