Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ : ମନ୍ତ୍ରୀମାନେ ଜିଲ୍ଲା ଗସ୍ତ ସମୟରେ ସ୍କୁଲ, ଅନାଥାଶ୍ରମ ଆଦି ଯାଞ୍ଚ କରନ୍ତୁ...

ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ : ମନ୍ତ୍ରୀମାନେ ଜିଲ୍ଲା ଗସ୍ତ ସମୟରେ ସ୍କୁଲ, ଅନାଥାଶ୍ରମ ଆଦି ଯାଞ୍ଚ କରନ୍ତୁ ଓ ସେଠାରେ ମଧ୍ୟାହ୍ନ ଭୋଜନ କରନ୍ତୁ

420

ଭୁବନେଶ୍ୱର ୨୨-୧୦ (ଓଡ଼ିଆ ପୁଅ) ବିଭିନ୍ନ ସମୟରେ ବିଭିନ୍ନ କାର୍ଯ୍ୟରେ ଜିଲ୍ଲା ଗସ୍ତ କରୁଥିବା ବେଳେ ମନ୍ତ୍ରୀମାନେ ବାହାରେ ମଧ୍ୟାହ୍ନ ଭୋଜନ ନ କରି ଅନାଥାଶ୍ରମ, ଭିନ୍ନକ୍ଷମ ଏବଂ ଶିଶୁ ମାନଙ୍କ ଯତ୍ନ ନେବା ପାଇଁ ଥିବା ସରକାରୀ ଅନୁଷ୍ଠାନ ତଥା ସ୍କୁଲ ଓ ଆହାରକେନ୍ଦ୍ର ଅଚାନକ ଯାଞ୍ଚ କରିବା ସହିତ ସେଠାରେ ମଧ୍ୟାହ୍ନ ଭୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଏହାଦ୍ଵାରା ଉପରୋକ୍ତ ଅନୁଷ୍ଠାନ ମାନଙ୍କରେ ଦିଆଯାଉଥିବା ଖାଦ୍ୟର ଗୁଣବତ୍ତା ସହିତ ସେହି ଅନୁଷ୍ଠାନମାନଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ମଧ୍ୟ ମନ୍ତ୍ରୀମାନେ ପ୍ରତ୍ୟକ୍ଷ ଭାବରେ ଜାଣିପାରିବେ। ଏହା ସେ ସବୁ ଅନୁଷ୍ଠାନମାନଙ୍କର ପରିଚାଳନରେ ଉନ୍ନତି ଆଣିବା ପାଇଁ ସୁଯୋଗ ସୃଷ୍ଟି କରିବ।

ଏହିଭଳି ଗସ୍ତକୁ ଯଥାସମ୍ଭବ ଗୁପ୍ତ ରଖିବା ସହ ସାଥିରେ ଯେପରି ୩-୪ ଜଣରୁ ଅଧିକ ଲୋକ ନ ଯାଆନ୍ତି, ସେଥିପ୍ରତି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମନ୍ତ୍ରୀମାନଙ୍କ ମାସିକ ଗସ୍ତ ରିପୋର୍ଟରେ ଏ ସଂକ୍ରାନ୍ତରେ ବିସ୍ତୃତ ତଥ୍ୟ ଓ ବ୍ୟବସ୍ଥାରେ ଉନ୍ନତି ପାଇଁ ଆବଶ୍ୟକ ପରାମର୍ଶ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.