Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ

ମୁଖ୍ୟମନ୍ତ୍ରୀଙ୍କ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ଆହ୍ୱାନକୁ ବିଜେପିର ସ୍ୱାଗତ

390

– ଦଳର ସମସ୍ତ କାର୍ଯ୍ୟକର୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ସାମିଲ ହେବାକୁ ଆହ୍ୱାନ କଲେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି

ଭୁବନେଶ୍ୱର, ୨୮/୦୫ (ଓଡ଼ିଆ ପୁଅ) : ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ଯୋଦ୍ଧାଙ୍କ ସମ୍ମାନରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରିଛନ୍ତି ବିଜେପି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି।

ଏ ନେଇ ଶ୍ରୀ ମହାନ୍ତି ଟ୍ୱିଟ୍ କରି କହିଛନ୍ତି ଯେ, କରୋନା ମହାମାରୀ ବିରୋଧୀ ଲଢେଇରେ ସାରା ଦେଶ ଓ ଆମ ରାଜ୍ୟ ଓଡିଶା ଏକ ହୋଇ ଠିଆ ହୋଇଛି। ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖରେ କରୋନା ୍େ‌ାଦ୍ଧାଙ୍କ ସମସମାନରେ ବନ୍ଦେ ଓତ୍କଳ ଜନନୀ ସଙ୍ଗୀତ ଗାନ ପାଇଁ କରିଥିବା ଆହ୍ୱାନକୁ ସ୍ୱାଗତ କରୁଛି।

ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଭାରତ ବର୍ଷକୁ ଏକ କରିବା ପାଇଁ ଘଂଟ ଘଂଟା, ଥାଳି ବଜାଇବା ସହିତ ସମସ୍ତଙ୍କୁ ଦୀପ ଜାଳି କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରିବାକୁ ଦେଶବାସିଙ୍କୁ ଅନୁରୋଧ କରିଥିଲେ। ସାରା ଦେଶ ଏହି ଆହ୍ୱାନରେ ଏକ ହୋଇ ଠିଆ ହୋଇଥିଲେ।

ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ ସହ କରୋନା ଯୋଦ୍ଧାଙ୍କ ସମ୍ମାନରେ ମୋ ଦଳର ସମସ୍ତ କାର୍ଯ୍ୟକର୍ତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଏକ ହୋଇ ସାମିଲ ହେବାକୁ ଶ୍ରୀ ମହାନ୍ତି ଟ୍ୱିଟ୍ ଜରିଆରେ ନିବେଦନ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.