Home Coronavirus Outbreak ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା – କୃଷିଜାତ ସାମଗ୍ରୀ ପରିବହନରେ ଚାଷୀ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଏ...

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା – କୃଷିଜାତ ସାମଗ୍ରୀ ପରିବହନରେ ଚାଷୀ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

478

ଭୁବନେଶ୍ୱର, ୧୪-୪ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ରାଜ୍ୟରେ କରୋନା ସଂକ୍ରମଣ ପରିସ୍ଥିତି, ଚାଷୀଙ୍କ ସମସ୍ୟା ଓ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ଗତ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ଏ ସଂପର୍କରେ ପ୍ରଥମ ସମୀକ୍ଷା କରିଥିଲେ ଏବଂ ସେତେବେଳେ ନିଆଯାଇଥିବା ନିଷ୍ପତ୍ତିର କାର୍ଯ୍ୟକାରିତା ସଂପର୍କରେ ଆଜି ସମୀକ୍ଷା କରିଥିଲେ।

କରୋନା ସଂକ୍ରମଣ ନିୟନ୍ତ୍ରଣରେ ଓଡିଶା ଭଲ କାମ କରିଥିବାରୁ ନିୟୋଜିତ ସମସ୍ତ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପ୍ରଶାସନ ଓ ପୋଲିସ ଅଧିକାରୀ, ସଫେଇ କର୍ମଚାରୀ ଏବଂ ସର୍ବୋପରି ଜନସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ଲକ୍ ଡାଉନ୍ ସମୟରେ ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟ କରିବାରେ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.