Odiapua.com

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ୱର ୧୨-୬ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ବାରବାଟୀରେ ମ୍ୟାଚ ଦେଖିବା ପୂର୍ବରୁ ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ସୌରଭ ଗାଙ୍ଗୁଲି। ମୁଖ୍ୟମନ୍ତ୍ରୀ ହକି ଇଣ୍ଡିଆର ଜର୍ସି ଦେଇ ଗାଙ୍ଗୁଲିଙ୍କୁ ସ୍ବାଗତ କରିଥିଲେ।

ତେବେ ବିଶ୍ବସ୍ତରରେ ହକିକୁ ପହଞ୍ଚାଇବା ପାଇଁ ନବୀନଙ୍କ ଉଦ୍ୟମଙ୍କୁ ପ୍ରଶଂସା କରିଛନ୍ତି ଗାଙ୍ଗୁଲି। କିଛି ସମୟ ଚର୍ଚ୍ଚା ପରେ ବାରବାଟୀ ଅଭିମୁଖେ ବାହାରିଛନ୍ତି ଗାଙ୍ଗୁଲି।

ଏହି ସାକ୍ଷାତ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟଯେ, ଆଜି ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ T-20 ଖେଳାଯାଉଛି। ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି ବାରବାଟୀରେ ଏହି ମ୍ୟାଚ ଦେଖିବେ।