Home ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ପୁରୀଜିଲ୍ଲା ଗସ୍ତ : ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ନିର୍ଦ୍ଦେଶ

ମୁଖ୍ୟ ଶାସନ ସଚିବଙ୍କ ପୁରୀଜିଲ୍ଲା ଗସ୍ତ : ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ନିର୍ଦ୍ଦେଶ

31

ପୁରୀ ୧୨.୦୩ (ଓଡ଼ିଆ ପୁଅ) – ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପୁରୀ ଗସ୍ତରେ ଆସି ଜିଲ୍ଲାରେ ଚାଲିଥିବା ବନୀକରଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପୁରୀ ଏକ ଉପକୂଳବର୍ତ୍ତି ଜିଲ୍ଲା ହୋଇଥିବାରୁ ବାତ୍ୟା ନିରୋଧି ବନୀକରଣ ସଘନ କରିବାକୁ ବୃକ୍ଷରୋପଣ ନିମନ୍ତେ ଶ୍ରୀ ମହାପାତ୍ର ପରାମର୍ଶ ଦେଇଛନ୍ତି। ଅସ୍ତରଙ୍ଗ ଓ କାକଟପୁର ସମେତ ଜିଲ୍ଲାର ସମସ୍ତ ସମୁଦ୍ର କୂଳିଆ ଅଞ୍ଚଳ, ବନଖଣ୍ତ-ଅଭୟାରଣ୍ୟ, ପୁରୀ- କୋଣାର୍କ ମେରାଇନ ଡ୍ରାଇଭ ରୋଡ, ନୂଆ ମୁହାଣ ଅଞ୍ଚଳ, ପୁରୀ- ସାତପଡା ଓ ଜାତୀୟ ରାଜପଥ ଏବଂ ଜିଲ୍ଲାର ଅନ୍ୟାନ୍ୟ ସହରାଞ୍ଚଳରେ ବୃକ୍ଷରୋପଣ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ବର, ଅଶ୍ବସ୍ତ, ଆକାଶିଆ, କାଜୁ ଓ ଝାମୁ ଗଛ ଲଗାଇବା, ମୃତ୍ତିକା କ୍ଷୟ ରୋକିବା, ବାଲିବନ୍ଧ ସୁରକ୍ଷା ଏବଂ ଅସ୍ତରଙ୍ଗର ତଣ୍ତାଘର ଅଞ୍ଚଳକୁ ସମୁଦ୍ରପାଣି ପ୍ରବେଶ ରୋକିବା ନିମନ୍ତେ କିଆବାଡ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ଗତବର୍ଷ ଜିଲ୍ଲାରେ ୧୭୮୩୭୫ଟି ଚାରାରୋପଣ ସହ ୧୪୬୦୦ ଚାରା ବଣ୍ଟନ କରାଯାଇଛି। ଆସନ୍ତା ଆର୍ଥିକ ବର୍ଷରେ ୭୭୧.୧ ହେକ୍ଟର ଅଞ୍ଚଳରେ ୬୮୫୨୫୦ ଚାରା ରୋପଣ ନିମନ୍ତେ ଲକ୍ଷ ରଖାଯାଇଥିବା ଜିଲ୍ଲା ବନଖଣ୍ତ ଅଧିକାରୀ ସୂଚନା ଦେଇଥିଲେ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା, ଡିଏଫ୍ଓ ଶ୍ରୀ ପି. ର‍ମାସ୍ବାମୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପ ଜିଲ୍ଲାପାଳ ଶ୍ରୀ ଭବତାରଣ ସାହୁ, ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ଶ୍ରୀ ପ୍ରଶାନ୍ତ କୁମାର ଦାସ, ୱାଟକୋ ଜେନେରାଲ ମ୍ୟାନେଜର ଶ୍ରୀ ଶରତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.