Odiapua.com

ମୋରାଦାବାଦ ସଡକ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆ ଦିଲ୍ଲୀ ୩୧-୧ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମୋରାଦାବାଦ ସଡକ ଦୁର୍ଘଟଣା ଜନିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି। ସେ ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ଲାଗି ମଧ୍ୟ ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏକ ଟ୍ଵିଟ ମାଧ୍ୟମରେ କୁହାଯାଇଛି ଯେ, “ଉତ୍ତର ପ୍ରଦେଶର ମୋରାଦାବାଦରେ ଘଟିଥିବା ଦୁଃଖଦ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅନୁମୋଦନ କରିଛନ୍ତି। ସେହିଭଳି ଗୁରୁତର ଭାବେ ଆହତଙ୍କୁ ମଧ୍ୟ ୫୦ ହଜାର ଟଙ୍କା ଦିଆଯିବ।