Home କେନ୍ଦୁଝର ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

136

ହାଟଡ଼ିହି, ୧୫ । ୬ : ନନ୍ଦିପଦା ଥାନା ମରୈଗାଁ ବଜାରରେ ରହୁଥିବା ଜିତେନ୍ଦ୍ର ଗିରି ନାମକ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଆଜି ସକାଳେ ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ତାଙ୍କ ଘର ଭିତରୁ ଦେଖିବାକୁ ମିଳିଥିଲା । ଏି ଖବର ପ୍ରଚାରିତ ହେବାପରେ ଘଟଣାସ୍ଥଳରେ ଶହଶହ ଲୋକଙ୍କ ଭିଡ ଜମିଥିଲା । ପରିବାର ଲୋକେ ଏହାକୁ ଆତ୍ମହତ୍ୟା ବୋଲି କହୁଛନ୍ତି । ନନ୍ଦିପଦା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁକରି ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଥାନା ଅଧିକାରୀ ମଦନ ନାୟକ ପ୍ରକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.