Odiapua.com

ଯୁବ କଂଗ୍ରେସ ପକ୍ଷରୁ ବୃକ୍ଷରୋପଣ

ଭଦ୍ରକ, ୨୩-୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) -ଭଦ୍ରକ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଯୁବନେତା ହେମନ୍ତ ମହାପାତ୍ରଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ଝୁଟଣା ଗ୍ରାମରେ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ଯୁବ କଂଗ୍ରେସର କର୍ମୀମାନେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରକ୍ତଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଯୁବନେତା ରାଜେଶ କୁମାର ଦାସ, ସନ୍ତୋଷ ଖୁଣ୍ଟିଆ ପ୍ରମୁଖ ସାମିଲ ଥିଲେ।