ଦୁଃସାହାସିକ ରିପୋର୍ଟିଂରେ ଅରିନ୍ଦମ ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ- ଧର୍ମେନ୍ଦ୍ର ପ୍ରଧାନ
– ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି
– ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି
ଭୁବନେଶ୍ୱର, ସେପ୍ଟେମ୍ବର ୨୪ (ଓଡ଼ିଆ ପୁଅ) – ଓଟିଭିର ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଖବରରେ ବ୍ୟକ୍ତିଗତ ଭାବରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଟିଭିର ଯୁବ ସାମ୍ବାଦିକ ତଥା ମୋର ବନ୍ଧୁ ଅରିନ୍ଦମ ଦାସଙ୍କ ଏକ ଅଭାବନୀୟ ଘଟଣାରେ ଅକାଳ ବିୟୋଗ ଖବର ଶୁଣି ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ ଓ ମର୍ମାହତ। ସାମାଜିକ ଓ ରାଜନୈତିକ କାର୍ଯ୍ୟକ୍ରମରେ ଅରିନ୍ଦମଙ୍କ ସହ ବହୁ ଥର ଦେଖା ସାକ୍ଷାତ୍ ହୋଇଛି।
ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ସେ ଓଡ଼ିଆ ଗଣମାଧ୍ୟମରେ ନିଜର ସ୍ୱତନ୍ତ୍ର ପରିଚୟ ତିଆରି କରିଥିଲେ। ତାଙ୍କର ଅକାଳ ବିୟୋଗ ଓଡ଼ିଶା ଗଣମାଧ୍ୟମ ଜଗତରେ ଅପୂରଣୀୟ ଶୂନ୍ୟସ୍ଥାନ ତିଆରି କରିଛି ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି ଶ୍ରୀ ପ୍ରଧାନ କାମନା କରିଛନ୍ତି।