Home Top News ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ଶୁଭେଚ୍ଛା ବାର୍ତ୍ତା

88

ନୂଆ ଦିଲ୍ଲୀ ୧୦-୮ (ଓଡ଼ିଆ ପୁଅ) ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ରକ୍ଷା ବନ୍ଧନ ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ବାର୍ତ୍ତାରେ କହିଛନ୍ତି :-

“ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି।

ରକ୍ଷା ବନ୍ଧନ ଭାଇ ପ୍ରତି ଭଉଣୀର ଭଲପାଇବା ଓ ସ୍ନେହର ଅଭିବ୍ୟକ୍ତି ଅଟେ ଏବଂ ଏହା ସେମାନଙ୍କ ମଧ୍ୟରେ ଥିବା ଅତୁଟ ବନ୍ଧନକୁ ଦୋହରାଇବାର ଅବସର। ସ୍ୱତଃସ୍ଫୁର୍ତ୍ତ ଭଲପାଇବା ଓ ପରିପୂରକତାର ପ୍ରତୀକ ରକ୍ଷା ବନ୍ଧନ ଲୋକଙ୍କୁ ଆପଣାର କରିଥାଏ।

ଭାଇ ଓ ଭଉଣୀ ମଧ୍ୟରେ ପାରସ୍ପରିକ ବିଶ୍ୱାସର ଏହି ପର୍ବ ସମାଜରେ ମହିଳାମାନଙ୍କ ପ୍ରତି ସଦ୍ଭାବ ଓ ସମ୍ମାନକୁ ପ୍ରୋତ୍ସାହିତ କରୁ ବୋଲି କାମନା କରୁଛି।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.