Home ଓଡ଼ିଶା ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ

ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ

42

ପୁରୀ ୨୬-୬ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ସଂସ୍ଥାପନା କାର୍ଯ୍ୟ ଚାଲିଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି, ସେବାୟତ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟ, ଭକ୍ତଙ୍କ ସୁରକ୍ଷା ଓ ସୁବିଧା, ଟ୍ରାଫିକ ନିୟନ୍ତ୍ରଣ, ଜନଗହଳି ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଠିକ୍ ସେହିପରି ରଥଯାତ୍ରା ସମୟରେ ଆମ୍ବୁଲାନ୍ସ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ଗ୍ରୀନ୍ କରିଡୋର ସୃଷ୍ଟି କରାଯିବ। ରଥଯାତ୍ରା ପୂର୍ବଦିନ ଜନଗହଳି ହେଲେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷାକରି ଏହାକୁ ନିୟନ୍ତ୍ରଣ କରାଯିବ। ଶ୍ରୀଗୁଣ୍ଡିଚା ଦିନ ପହଣ୍ଡି ଠାରୁ ଆରମ୍ଭ କରି ରଥଟଣା ଓ ରଥ ଲାଗିବା ପର୍ଯ୍ୟନ୍ତ ପ୍ରତ୍ୟକଟି ବ୍ୟବସ୍ଥାକୁ ସୁରୁଖୁରୁରେ ଶେଷ କରିବା ପାଇଁ ପୋଲିସ ପ୍ରଶାସନ ତତ୍ପର ଥିବା ଏସପି ସୂଚନା ଦେଇଛନ୍ତି। ରଥଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ସ୍ବତନ୍ତ୍ର ପ୍ଲାନ ହେବା ସହ ପାର୍କିଂ ସ୍ଥାନ ଗୁଡିକରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେଭଳି ଶୋଷଣର ଶିକାର ନହେବେ ଏଥିପ୍ରତି ଗୁରୁତ୍ବ ଦିଆଯିବ। ବିଶେଷ କରି ପୁରୀ ସହରବାସୀ, ବୃଦ୍ଧ ବୃଦ୍ଧା, ଗର୍ଭବତୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଯୋଜନା କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.