Home Top News ରଥଯାତ୍ରା ପ୍ରସ୍ତୁତିର ସ୍ବତନ୍ତ୍ର ସମୀକ୍ଷା : ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ସମସ୍ତଙ୍କ...

ରଥଯାତ୍ରା ପ୍ରସ୍ତୁତିର ସ୍ବତନ୍ତ୍ର ସମୀକ୍ଷା : ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

35

– ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପାଇଁ ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
– କୋଭିଡ ସମୟରେ ରଥଯାତ୍ରା ପରିଚାଳନାରେ ସେବାୟତମାନଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଲେ

ଭୁବନେଶ୍ୱର ୧୮-୬ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି।

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ, ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ। ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସମସ୍ତେ ଯେପରି ଭଲ ଅନୁଭବ ନେଇ ଫେରିବେ, ସେଥିପ୍ରତି ବିଶେଷ ଦୃଷ୍ଟି ଦେବାକୁ ସେ କହିଛନ୍ତି।

କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ, ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିରରେ ପହଞ୍ଚାଇଥିଲେ, ସେଥିପାଇଁ ସେ ସେବାୟତ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ବୈଠକରେ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ।

ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ।

ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଶ୍ରୀ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଧନ୍ୟବାଦ ଅର୍ପଣ କରିଥିଲେ।

ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.