କୋରାପୁଟ ୨୦-୦୬(ଓଡିଆ ପୁଅ /ରଂଜନ ଦାସ) ରବିବାର କୋରାପୁଟ ଜିଲ୍ଲାରେ ୨୨ଜଣ ମହିଳାଙ୍କ ସମେତ ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩୮୧ରେ ପହଂଚିଛି । କୋରାପୁଟ ଜିଲ୍ଲାରେ ରବିବାର ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଯୋଗୁଁ ଜିଲ୍ଲାରେ ମୋଟ ମୃତ୍ୟୁ ସଂଖ୍ୟା ୫୧ରେ ପହଂଚିଛି । ଆଜିର ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ ୭, ଜୟପୁର ପୌରାଂଚଳରୁ ୭ ଓ ସୁନାବେଡା ପୌରାଂଚଳରୁ ୧୨ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ଏନଏସିରେ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବନ୍ଧୁଗାଁ,ନନ୍ଦପୁର ଏବଂ ସେମିଲିଗୁଡା ବ୍ଲକରେ ରବିବାର ଜଣେ ହେଲେ ପଜିଟିଭ ବାହାରି ନ ଥିବା ଜଣାପଡିଛି । ସେହିପରି ବୈପାରିଗୁଡା ବ୍ଲକରୁ ୩, ବୋରିଗୁମ୍ମା ବ୍ଲକରୁ ୮,ଦଶମନ୍ତପୁର ବ୍ଲକରୁ ୧,ଜୟପୁର ବ୍ଲକରୁ ୧ ଓ କୋରାପୁଟ ବ୍ଲକରୁ ୪ ଜଣ ଚିହ୍ନଟ ହୋଇଥିବାବେଳେ କୋଟପାଡ ବ୍ଲକରୁ ୨,କୁନ୍ଦୁରା ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୨, ଲକ୍ଷ୍ମୀପୁର ବ୍ଲକରୁ ୪, ନାରାୟଣପାଟଣାରୁ ୧ ଏବଂ ପଟ୍ଟାଙ୍ଗୀ ବ୍ଲକରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାରେ ଜୁନ ୧୯ ତାରିଖ ସୁଦ୍ଧା ୩ ଲକ୍ଷ ୨୨ ହଜାର ୫୩୧ ଜଣଙ୍କୁ କରୋନା ଟୀକାକରଣ କରା ଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ସେହିପରି ଜୁନ ୨୦ ସୁଦ୍ଧା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ଭିତରୁ ୧୬୪୩୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୮୯୬ ଟି ସକ୍ରୀୟ କେସ ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।