ଭୁବନେଶ୍ୱର: ଆସନ୍ତା କାଲି ରବିବାର ୮, ଡିସେମ୍ବରରେ ଖୋର୍ଦ୍ଧା ବରୁଣେଇ ପାହାଡ଼ ତଳେ ପାଇକ ବିଦ୍ରୋହ ସ୍ମାରକ ଭିତ୍ତିପ୍ରସ୍ତର ସ୍ଥାପନ ହେବ।ଭାରତର ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦଙ୍କ କରକମଳରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ ହେବ।ଏଥିରେ ଅନ୍ୟାନ୍ୟ ଅତିଥି ମାନଙ୍କ ମଧ୍ୟରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ଵ ଭୂଷଣ ହରିଚନ୍ଦନ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ପର୍ଯ୍ୟଟନ ଏବଂ ସଂସ୍କୃତି ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ପଶୁପାଳନ, ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏବଂ ରାଜ୍ୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ପ୍ରମୁଖ ଯୋଗଦେବେ।ଦିବା ୧୦:୩୫ ସମୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।/ଦେବଦତ୍ତ ରଥ