Home ଓଡ଼ିଶା ରାଇମୋହନଙ୍କ ଅଭିନୟର ସ୍ଥାନ କେହି ନେଇପାରିବେ ନାହିଁ – ଧର୍ମେନ୍ଦ୍ର ପ୍ରଧାନ

ରାଇମୋହନଙ୍କ ଅଭିନୟର ସ୍ଥାନ କେହି ନେଇପାରିବେ ନାହିଁ – ଧର୍ମେନ୍ଦ୍ର ପ୍ରଧାନ

69

ଓଡ଼ିଶାର ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, ଜୁନ ୨୪ (ଓଡ଼ିଆ ପୁଅ) – ଓଡ଼ିଶାର ଲୋକପ୍ରିୟ କଳାକାର ତଥା ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଜଗତରେ ତାଙ୍କର ଜୀବନ୍ତ ଓ ବିରଳ ଅଭିନୟ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା। ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ। ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.