ଭଦ୍ରକ, ୧୪ା୭ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଏଏହି ଜିଲାର ଭଣ୍ଡାରିପୋଖରୀ ଥାନା ଅଧୀନସ୍ଥ ୧୬ନଂ ଜାତୀୟ ରାଜପଥର ଡାହାଲା ନିକଟରେ ବାଲେଶ୍ୱରରୁ ରୋଗୀ ନେଇ କଟକ ଯାଉଥିବା ଏକ ୧୦୮ ଆମ୍ବୁଲାନ୍ସ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସର ଚାଳକ ଭାରସାମ୍ୟ ହରାଇ ରାସ୍ତା ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସର ସମ୍ମୁଖ ଭାଗ ବିଶେଷଭାବେ କ୍ଷତିଗ୍ରସ୍ତ ହୋଇଥିଲା। ତେବେ ଆମ୍ବୁଲାନ୍ସରେ ଥିବା ରୋଗୀ ଓ ସହଯୋଗୀ ଆହତ ହୋଇଥିଲେ। ସେମାନଙ୍କୁ ଅନ୍ୟ ଏକ ଆମ୍ବୁଲାନ୍ସରେ କଟକ ପଠାଯାଇଥିଲା। ପୁଲିସ୍ ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସକୁ ଜବତ କରି ତଦନ୍ତ ଚଳାଉଛି।