Home Top News ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସିର ବିଶ୍ୱବିଦ୍ୟାଳୟ ମାନ୍ୟତା ସହ ବିଶ୍ଵବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ – ଧର୍ମେନ୍ଦ୍ର ପ୍ରଧାନ

ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସିର ବିଶ୍ୱବିଦ୍ୟାଳୟ ମାନ୍ୟତା ସହ ବିଶ୍ଵବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ – ଧର୍ମେନ୍ଦ୍ର ପ୍ରଧାନ

75

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅନିୟମ ୧୯୫୬ ର ଧାରା ୧୨(ବି)ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ

ଭୁବନେଶ୍ବର, ଜୁଲାଇ ୩୦ (ଓଡ଼ିଆ ପୁଅ) – ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ଅନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିଶନ (ୟୁଜିସି) ଆଜି ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛି ବୋଲି ଟ୍ୱିଟ୍ କରିଛନ୍ତି। କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ କହିଛନ୍ତି ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପର୍ଣ୍ଣ ନୂଆ ଶିକ୍ଷାନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରିବ ବୋଲି ଆଶା କରୁଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅନିୟମ ୧୯୫୬ ର ଧାରା ୧୨(ବି)ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କୁ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ। ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ଚନ୍ଦ୍ର ସିଂହ, ମୁଜିବୁଲା ଖାନ, ମମତା ମହାନ୍ତ ଏବଂ ପୂର୍ବତନ ସାଂସଦ କଳିକେଶ ସିଂହଦେଓ ଏ ନେଇ ଅବଗତ କରାଇଥିଲେ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.