Odiapua.com

ରାଜ୍ୟରେ ଆଉ ଜଣେ କୋରୋନା ପଜିଟିଭ ଚିହ୍ନଟ – ଆକ୍ରାନ୍ତଙ୍କ ସଂଖ୍ୟା ୫୬

ଭୁବନେଶ୍ୱର ୧୪-୪ (ଓଡ଼ିଆ ପୁଅ) ଓଡ଼ିଶାରେ ପୁଣି ଜଣେ କୋରୋନା ପଜିଟିଭ ଚିହ୍ନଟ ହୋଇଛି। ତେଣୁ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ୱେବ୍‌ସାଇଟ୍‌ରୁ ସୂଚନା ମିଳିଛି। ତେବେ ମିଳିଥିବା ସୂଚନାରୁ ଜଣାପଡ଼ିଛିଯେ, ୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୭ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ୫୬ ନ୍ବର ଆକ୍ରାନ୍ତ କେଉଁସ୍ଥାନର ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।