Home Coronavirus Outbreak ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ – ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨

ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ – ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬୨

570

ଭୁବନେଶ୍ଵର ୧୦-୫ (ଓଡ଼ିଆ ପୁଅ) : ରାଜ୍ୟରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି। ଏବେ ଚିହ୍ନଟ ହୋଇଥିବା ୧୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ ଭଦ୍ରକରୁ ଏବଂ ୪ ଜଣ ଯାଜପୁରରୁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି। ଏହି ୪ ଜଣଙ୍କ ମଧ୍ୟରୁ ୨ ଜଣ କୋଲକାତା ଲିଙ୍କ ଏବଂ ଅନ୍ୟ ୨ ଜଣ ସୁରତ ଫେରନ୍ତା।

ଭଦ୍ରକ ଜିଲ୍ଲାରେ ଆଉ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି। ଏଥି ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି। ୨୯୧ ଜଣ କରୋନା ଆକ୍ରାନ୍ତ ସକ୍ରୀୟ ଚିକିତ୍ସିତ ହେଉଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.