Odiapua.com

ରାଜ୍ୟରେ ପୁଣି କରୋନା ନେଲା ୯ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି

ଭୁବନେଶ୍ୱର ୨୫-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୯ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୪୨୮ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ବାଲେଶ୍ୱର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଜପତିଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଚିକିତ୍ସିତ ହେଉଥିବା ବେଳେ ୯ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- ବାଲେଶ୍ୱର ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ।

୨- ଭୁବନେଶ୍ୱରର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରନିକ୍ କିଡନୀ ରୋଗରେ ପୀଡିତ ଥିଲେ।

୩- ବୋଲାଙ୍ଗୀର ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- କଟକ ଜିଲ୍ଲାର ୩୯ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୫- ଗଜପତି ଜିଲ୍ଲାର ଜଣେ ୫୬ ବର୍ଷ ବୟସ୍କ ପୁରୁଷ।

୬- ଗଞ୍ଜାମ ଜିଲ୍ଲାର ଜଣେ ୭୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୭- ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୮- ସୁନ୍ଦରଗଡ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।
୯ – ସୁନ୍ଦରଗଡ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।