Home Coronavirus Outbreak ରାଜ୍ୟରେ ପୁଣି ୧୦୩ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ସଂଖ୍ୟା ୧୪୩୮ କୁ ବୃଦ୍ଧି

ରାଜ୍ୟରେ ପୁଣି ୧୦୩ କରୋନା ଆକ୍ରାନ୍ତ ଚିହ୍ନଟ – ମୋଟ ସଂଖ୍ୟା ୧୪୩୮ କୁ ବୃଦ୍ଧି

258

ଭୁବନେଶ୍ବର ୨୫।୦୫ (ଓଡ଼ିଆ ପୁଅ) : ଆଜି ରାଜ୍ୟରେ ପୁଣି ୧୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୩୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ୱେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଆଜି ଚିହ୍ନଟ ହୋଇଥିହା ୧୦୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୪ଜଣ, ଯାଜପୁର ଜିଲ୍ଲାର ଜଣେ, ବାଲେଶ୍ୱରରୁ ୫ଜଣ, ଭଦ୍ରକରୁ ୮ଜଣ, ଖୋର୍ଦ୍ଧାରୁ ୫ଜଣ, କେନ୍ଦ୍ରାପଡାରୁ ୧୫ଜଣ, ଜଗତସିଂହପୁରରୁ ୧୦ଜଣ, ଦେଓଗଡରୁ୨୨, ବଲାଙ୍ଗୀରରୁ ୮ଜଣ, ମାଲକାନଗିରିରୁ ୯ଜଣ, ମୟୁରଭଞ୍ଜରୁ ଜଣେ, କେନ୍ଦୁଝରରୁ ଜଣେ, ଗଜପତିରୁ ୬ଜଣ, କୋରାପୁଟରୁ ୬ଜଣ, କନ୍ଧମାଳରୁ ଜଣେ ଏବଂ ଢେଙ୍କାନାଳରୁ ଜଣେ ଚିହ୍ନଟ ହୋଇଛନ୍ତି ।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୮୧ ଥିବା ବେଳେ ୫୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୭ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ନୂଆ ୧୦୩ ଆକ୍ରାନ୍ତଙ୍କ ମଧ୍ୟରୁ ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.