Home Coronavirus Outbreak ରାଜ୍ୟରେ ପୁଣି ୨୦ କରୋନା ଆକ୍ରାନ୍ତ – କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

ରାଜ୍ୟରେ ପୁଣି ୨୦ କରୋନା ଆକ୍ରାନ୍ତ – କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪

589

ଭୁବନେଶ୍ୱର ୧୧-୫ (ଓଡ଼ିଆ ପୁଅ) : ରାଜ୍ୟରେ ପୁଣି ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ ରେ ପହଁଚିଛି। ନୂଆ ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୭ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଓ ବୌଦ୍ଧରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ରାଜ୍ୟରେ ୮୫ ଜଣ ସୁସ୍ଥ ହୋଇଥିବାବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି।

ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ରେ ପହଂଚିଛି। ଜଣକର ମୃତ୍ୟୁ ହୋଇଛି। ୧୫୩ଟି ସକ୍ରିୟ ଆକ୍ରାନ୍ତ ଅଛନ୍ତି।

ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଂଚିଛି। ୧୦ ଜଣ ସୁସ୍ଥ ହୋଇଛନ୍ତି। ୬ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

ବୌଦ୍ଧ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ରେ ପହଂଚିଛି। ୪ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

ବର୍ତ୍ତମାନ ରାଜ୍ୟରେ ୪୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୨୬ଟି ସକ୍ରିୟ ମାମଲା ରହିଛି। ୮୫ ଜଣ ସୁସ୍ଥ ହୋଇଛନ୍ତି। ୩ ଜଣଙ୍କର ମୃତ୍ୟୁ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.