Odiapua.com

ରାଜ୍ୟରେ ପୁଣି ୨୩ ଆକ୍ରାନ୍ତ ଚିହ୍ନଟ – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭କୁ ବୃଦ୍ଧି

ଭୁବନେଶ୍ୱର ୧୨-୫ (ଓଡ଼ିଆ ପୁଅ) : ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା। ପୁଣି ରାଜ୍ୟରେ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପହଁଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀ ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪୯ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୧୫ଟି ନୂଆ କେସ୍‌ ସହିତ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭ରେ ପହଞ୍ଚିଥିବା ବେଳେ ଗଞ୍ଜାମରେ ୧୫୭ରେ ପହଞ୍ଚି ଯାଇଛି। ସେହିପରି ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଥିବା ବେଳେ ପୁରୀରେ ୪ ଓ ବୌଦ୍ଧ ୫ରେ ପହଞ୍ଚିଛି।