Odiapua.com

ରାଜ୍ୟରେ ପୁଣି ୯୧ କରୋନା ଆକ୍ରାନ୍ତ ଚିହ୍ନଟ – ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି – ପୁଣି ୨ ମୃତ – ସମ୍ବଲପୁର ଜିଲ୍ଲାରେ ନୂଆ ଆକ୍ରାନ୍ତ

ଭୁବନେଶ୍ୱର ୧୭-୫ (ଓଡ଼ିଆ ପୁଅ) : ରାଜ୍ୟରେ ଆଜି ପୁଣି ୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୮୭ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ବୋଲି ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୨୭ ଥିବା ବେଳେ ଏଯାବତ୍ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

ଆକ୍ରାନ୍ତଙ୍କ ମଧ୍ୟରୁ ଭଦ୍ରକ ଜିଲ୍ଲାରୁ ୨୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ ଜଣ, କଟକ ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ବାଲାଙ୍ଗୀର ଜିଲ୍ଲାରୁ ୨ ଜଣ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ (ନୂଆ), ସୁନ୍ଦରଗଡ ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି।