Odiapua.com

ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ଵର,୧୧/୧୦,(ଓଡ଼ିଆ ପୁଅ ପି ନାଏକ): ନଭେମ୍ବର ମାସ ହେଲେ ମଧ୍ୟ ଏବେ ବି ରାଜ୍ୟରୁ ଫେରିନାହିଁ ମୋସୁମୀ । ଉତ୍ତର ବଙ୍ଗୋପ ସାଗର ଓ ପଶ୍ଚିମବଙ୍ଗ-ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଏହାସହ  ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୨୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଯାହା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଭଳି ଜିଲ୍ଲା ସାମିଲ ରହିଛି ।