Home ଓଡ଼ିଶା ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୨୪...

ରାଜ୍ୟରେ ରେକର୍ଡ଼ – ପୁଣି କରୋନା ନେଲା ୧୦ ମୁଣ୍ଡ : ମୃତ୍ୟୁ ସଂଖ୍ୟା ୩୨୪ କୁ ବୃଦ୍ଧି

196

ଭୁବନେଶ୍ୱର ୧୪-୮ (ଓଡ଼ିଆ ପୁଅ) ପୁଣି କରୋନା ନେଇଛି ୧୦ ମୁଣ୍ଡ। କରୋନା କାରଣରୁ ମୃତ୍ୟୁ ସଂଖ୍ୟା ୩୨୪ କୁ ବୃଦ୍ଧି ପାଇଛି।

ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ପୁରୀରୁ ୩ ଜଣ ଏବଂ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।

ଚିକିତ୍ସିତ ହେଉଥିବା ବେଳେ ୧୦ ଜଣ କୋଭିଡ ପଜିଟିଭ ରୋଗୀଙ୍କର ମୃତ୍ୟୁ ହୋଇଛି।

୧- କଟକର ଜଣେ ୪୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

୨- ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୩- ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହରେ ପୀଡିତ ଥିଲେ।

୪- ଗଞ୍ଜାମ ଜିଲ୍ଲାର ଜଣେ ୬୫ ବର୍ଷ ବୟସ୍କ ପୁରୁଷ।

୫- ଗଞ୍ଜାମ ଜିଲ୍ଲାର ଜଣେ ୭୦ ବର୍ଷ ବୟସ୍କ ପୁରୁଷ।

୬- ସମ୍ବଲପୁର ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୭- ସୁନ୍ଦରଗଡ ଜିଲ୍ଲାର ଜଣେ ୩୨ ବର୍ଷ ବୟସ୍କ ପୁରୁଷ।

୮- ପୁରୀ ଜିଲ୍ଲାର ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ।

୯- ପୁରୀ ଜିଲ୍ଲାର ଜଣେ ୫୨ ବର୍ଷ ବୟସ୍କ ପୁରୁଷ।

୧୦- ପୁରୀ ଜିଲ୍ଲାର ଜଣେ ୭୨ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.