Home ଓଡ଼ିଶା ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା

874

ଭୁବନେଶ୍ଵର,୨୬/୦୯,(ଓଡ଼ିଆ ପୁଅ ପି ନାଏକ): ଲଗାଣ ବର୍ଷାରେ ବେହାଲ ରାଜ୍ୟ । ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ରାଜ୍ୟରେ ଦୁଇ ଦିନ ଧରି ଲଗାଣ ବର୍ଷା ପରେ ଆଜି ସ୍ଥିତି ସାମାନ୍ୟ କମିବାର ଅନୁମାନ କରାଯାଉଛି । ତେବେ ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ୧୧ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଓ ଭଦ୍ରକ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.