Home Top News ରାଜ୍ୟ ପଂଚାୟତ ନିର୍ବାଚନ ଫଳାଫଳ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌ : ରାଜ୍ୟ ପଂଚାୟତ ନିର୍ବାଚନରେ ଆମ...

ରାଜ୍ୟ ପଂଚାୟତ ନିର୍ବାଚନ ଫଳାଫଳ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌ : ରାଜ୍ୟ ପଂଚାୟତ ନିର୍ବାଚନରେ ଆମ ପାର୍ଟିର ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାମାନେ କଠିନ ପରିଶ୍ରମ କରିଥିବାରୁ ଧନ୍ୟବାଦ – ଧର୍ମେନ୍ଦ୍ର ପ୍ରଧାନ

121

– ରାଜ୍ୟ ବିଜେପିର ନିର୍ବାଚିତ ପ୍ରତିନିଧିଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର, ମାର୍ଚ୍ଚ ୦୧ (ଓଡ଼ିଆ ପୁଅ) – ରାଜ୍ୟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଂଚାୟତ ନିର୍ବାଚନରେ ଜନତାଙ୍କ ରାୟକୁ ସମ୍ମାନ ଜଣାଇବା ସହ ରାଜ୍ୟ ବିଜେପିର ନିର୍ବାଚିତ ପ୍ରତିନିଧି ଓ କାର୍ଯ୍ୟକର୍ତାଙ୍କୁ ଟ୍ୱିଟ୍ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଓଡ଼ିଶାର ୬୩ ଲକ୍ଷ ୨୩ ହଜାର ୭୪୬ ଭୋଟର ତଥା ମୋଟ୍‌ ୩୦.୦୭ ପ୍ରତିଶତ ମତଦାତା ଆମ ଦଳକୁ ସେମାନଙ୍କର ସମର୍ଥନ ଜଣାଇଥିବାରୁ କୃତଜ୍ଞତା ଜ୍ଞାପନ କରୁଛି। ନିର୍ବାଚନ ଗଣତନ୍ତ୍ରରେ ଏକ ନିରନ୍ତର ପ୍ରକ୍ରିୟା। ଆମ ଦଳର ତୃଣମୂଳ ସ୍ତରର କାର୍ଯ୍ୟକର୍ତାମାନେ କଠିନ ପରିଶ୍ରମ କରିଥିବାରୁ ସେମାନଙ୍କୁ ଧନ୍ୟବାଦ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀଙ୍କ ପୂର୍ବ ଭାରତକୁ ଗୁରୁତ୍ୱ ତଥା ଗରିବ କଲ୍ୟାଣ ଯୋଜନାର ସର୍ବାଧିକ ଲାଭ ଓଡ଼ିଶାକୁ ଆସୁଛି। ଆମେ ଆମର ସଂଗଠନକୁ ସୁଦୃଢ଼ କରିବା ସହ “ସବକା ସାଥ-ସବକା ବିକାଶ”କୁ ମୂଳମନ୍ତ୍ର କରିଥିବା ମୋଦି ସରକାରଙ୍କ ଜନକଲ୍ୟାଣକାରୀ କାର୍ଯ୍ୟକୁ ଲୋକଙ୍କ ପାଖକୁ ନେବା ପାଇଁ ଅଧିକରୁ ଅଧିକ ପରିଶ୍ରମ କରିବୁ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.