କନ୍ଧମାଳ, ୩୧/୮-(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଖଜୁରିପଡା ଥାନା ଅନ୍ତର୍ଗତ ରାଣିପଥର ଘାଟିରେ ଏକ ଟ୍ରଲର ଦୁର୍ଘଟଣାଗ୍ରସ୍ତ ହୋଇ ଡ୍ରାଇଭରର ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ଟ୍ରଲରଟି ବୌଦ୍ଧ ଅଭିମ୍ମୁଖେ ଯାଉଥିବାବେଳେ ରାଣିପଥର ଘାଟିରେ ଓହ୍ଲେଇବା ସମୟରେ ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଖବର ପାଇ ଚାରିଛକରୁ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନା ପଠାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଖଜୁରିପଡା ପୁଲିସ୍ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।