Home ଓଡ଼ିଶା ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

169

ଭୁବନେଶ୍ଵର,୧୯/୦୮,(ଓଡ଼ିଆ ପୁଅ ପି ନାଏକ): ଆସନ୍ତା  ୨୮ ତାରିଖରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପରେ  ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଗୋପାଳପୁର ସ୍ଥିତ ଆର୍ମି ଏୟାର ଡିଫେନସ କଲେଜକୁ ସେ ଯିବାର କାର୍ଯ୍ୟକ୍ରମ ରହିଛି। ଏଠାରେ ଆୟୋଜିତ ହେବାକୁ ଥିବା କଲର ପ୍ରେଜେନଣ୍ଟେସନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏନେଇ ବୁଧବାର ଗଞ୍ଜାମ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଛତ୍ରପୁରଠାରେ ଅନୁଷ୍ଠିତ ହୋଇଛି । ଏଥିରେ ବ୍ରହ୍ମପୁର ଏସପି ପିନାକ ମିଶ୍ରଙ୍କ ସମେତ ଆର୍ମି ଏଡି କଲେଜର କମାଣ୍ଡାଣ୍ଟ ଓ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।ରାଷ୍ଟ୍ରପତିଙ୍କ ଗସ୍ତ କିଭଳି ଶାନ୍ତି ଶୃଙ୍ଖଳା ସହ ସମ୍ପନ୍ନ ହେବ ସେନେଇ ବିସ୍ତୃତ ଭାବେ ଆଲୋଚନା ହେବା ସହ ସୁରକ୍ଷା ଦୃଷ୍ଟିକୋଣରୁ ପୋଲିସ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯିବାକୁ ସ୍ଥିର ହୋଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.