Home ଓଡ଼ିଶା ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡିଶାର ଦୁଇ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡିଶାର ଦୁଇ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

70

ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୦୫ (ଓଡ଼ିଆ ପୁଅ) – ଚଳିତବର୍ଷ ପାଇଁ ସମ୍ମାନଜନକ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ଓଡ଼ିଶାର ଦୁଇ ଜଣ ଶିକ୍ଷକ ତାପସ କୁମାର ମହାନ୍ତି ଓ ବସନ୍ତ କୁମାର ସାହୁଙ୍କ ସମେତ ସବୁ ଶିକ୍ଷକ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଓଡ଼ିଶାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ବିକାଶ ନିମନ୍ତେ ନିରନ୍ତର କାର୍ଯ୍ୟ କରୁଥିବା ଭୁବନେଶ୍ୱର ଭୀମଭୋଇ ଦୃଷ୍ଟିହୀନ ବିଦ୍ୟାଳୟର ଶିକ୍ଷକ ତାପସ କୁମାର ମହାନ୍ତି ମହାମହିମ ରାଷ୍ଟ୍ରପତିଙ୍କ ଠାରୁ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଚଳିତବର୍ଷର ସମ୍ମାନଜନକ ରାଷ୍ଟ୍ରୀୟ ଶିକ୍ଷା ପୁରସ୍କାରରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ମୋର ଅଭିନନ୍ଦନ। ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ପ୍ରାପ୍ତ ଶ୍ରୀ ମହାନ୍ତିଙ୍କ ଲିଖିତ ‘ଲର୍ଣ୍ଣି ବେଲ୍‌’ ପୁସ୍ତକ ଦୃଷ୍ଟିବାଧିତ ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ଦ୍ୱାରା ଆଦୃତ ହୋଇପାରିଛି ଏବଂ ବ୍ରେଲ୍ ‘ୱାର୍ଡ୍ ବୁକ’ର ପ୍ରସ୍ତୁତି ତାଙ୍କୁ ଦେଇଛି ଅନନ୍ୟ ପରିଚୟ।

ସେହିପରି ପିଲାଙ୍କୁ ପାଠ ପ୍ରତି ଆକର୍ଷିତ କରିବା ପାଇଁ କଣ୍ଢେଇକୁ ଶିକ୍ଷାଦାନର ମାଧ୍ୟମ କରିଥିବା ବୌଦ୍ଧ ଜିଲ୍ଲା ସରସରା ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବସନ୍ତ କୁମାର ସାହୁ ମଧ୍ୟ ଏହି ପୁରସ୍କାରରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି। କଣ୍ଢେଇକୁ ଶିକ୍ଷାଦାନର ମାଧ୍ୟମ କରିଥିବା ଶ୍ରୀ ସାହୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଥାନୀୟ କଣ୍ଢେଇ ତିଆରି କଳାକୁ ସେ ଏକ ବିଷୟ ଭାବେ ପିଲାଙ୍କୁ ଶିଖାଇଥାନ୍ତି। କଣ୍ଢେଇ ସାହାଯ୍ୟରେ ପିଲାଙ୍କୁ ଶିକ୍ଷା ପ୍ରଦାନର ନିଆରା ଶୈଳୀ ତାଙ୍କୁ ନୂଆ ପରିଚୟ ଦେଇଛି ବୋଲି ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.