Odiapua.com

ରିଲାଏନ୍ସ ରିଟେଲ ଭେଂଚର୍ସ ଲିମିଟେଡ୍ ପକ୍ଷରୁ କଂପାନିର ୧୦.୦୯% ଅଂଶଧନ ଜରିଆରେ ୪୭, ୨୬୫ କୋଟି ଟଙ୍କା ପୁଞ୍ଜି ହାସଲ ପ୍ରକ୍ରିୟା ସମ୍ପୂର୍ଣ୍ଣ

– କ୍ଷେତ୍ରର ସର୍ବବୃହତ ପୁଞ୍ଜିନିବେଶ ହାସଲ ପ୍ରକ୍ରିୟା ଦୁଇ ମାସ ଭିତରେ ସମ୍ପୂର୍ଣ୍ଣ
– ପୁଞ୍ଜିନିବେଶ ରାଶି ଗ୍ରହଣ ଓ ସେୟାର ଜାରି କରାଯିବା ସହ ସମସ୍ତ ନିବେଶ ସମ୍ପୂର୍ଣ୍ଣ ହୋଇଛି
– ରିଲାଏନ୍ସ ରିଟେଲ ଭେଂଚର୍ସର ସୁଦୃଢ଼ ବ୍ୟବସାୟ ମଡେଲ୍ ଓ ଏହାର ପରିବର୍ତ୍ତନକାରୀ ପ୍ରଭାବକୁ ଅଗ୍ରଣୀ ବିଶ୍ୱସ୍ତରୀୟ ନିବେଶକମାନଙ୍କ ଦୃଢ଼ ସମର୍ଥନ

ମୂମ୍ବାଇ / ଭୁବନେଶ୍ୱର ୧୯-୧୧ (ଓଡ଼ିଆ ପୁଅ) : ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ରିଲାଏନ୍ସ ରିଟେଲ୍ ଭେଂଚର୍ସ ଲିମିଟେଡ୍ (ଆର୍‌ଆର୍‌ଭିଏଲ୍‌) ପକ୍ଷରୁ ଆରଆର୍‌ଭିଏଲ୍‌ରେ ସହଯୋଗୀ ସାମିଲ କରିବା ଏବଂ ପୁଞ୍ଜିନିବେଶ ହାସଲ ପ୍ରକ୍ରିୟାର ବର୍ତ୍ତମାନର ପର୍ଯ୍ୟାୟକୁ ସମ୍ପୂର୍ଣ୍ଣ କରାଯାଇଛି।

ଆର୍‌ଆର୍‌ଭିଏଲ୍ ପକ୍ଷରୁ ଆର୍ଥିକ ସହଯୋଗୀମାନଙ୍କ ଠାରୁ ମୋଟ ୪୭, ୨୬୫ କୋଟି ଟଙ୍କା ପୁଞ୍ଜି ହାସଲ କରାଯାଇଥିବା ବେଳେ ସେମାନଙ୍କୁ ୬୯, ୨୭, ୮୧, ୨୩୪ ଇକ୍ୱିଟି ସେୟାର ଜାରି କରାଯାଇଛି। ସମ୍ପୂର୍ଣ୍ଣ ବିଘଟିତ ଭାବେ ଏହି ସେୟାର ଜାରି କରାଯାଇଛି। ଚଳିତ ପାଣ୍ଠି ହାସଲ ପର୍ଯ୍ୟାୟରେ ସିଲ୍‌ଭର୍ ଲେକ୍ ପାର୍ଟନର୍ସ ପକ୍ଷରୁ ଦୁଇଟି ପର୍ଯ୍ୟାୟରେ ଯଥାକ୍ରମେ ୭୫୦୦ କୋଟି ଟଙ୍କା ଓ ୧୮୭୫ କୋଟି ଟଙ୍କା ନିବେଶ କରାଯାଇଥିବା ବେଳେ କେକେଆର୍ ୫୫୫୦ କୋଟି ଟଙ୍କା, ମୁବାଦଲା ୬୨୪୭.୫୦ କୋଟି ଟଙ୍କା, ଏଡିଆଇଏ ୫୫୧୨.୫୦ କୋଟି ଟଙ୍କା, ଜିଆଇସି ୫୫୧୨.୫୦ କୋଟି ଟଙ୍କା, ଟିପିଜି ୧୮୩୭.୫୦ କୋଟି ଟଙ୍କା, ଜେନେରାଲ୍ ଆଟ୍‌ଲାଟିଂକ୍ ୩୬୭୫ କୋଟି ଟଙ୍କା ଓ ପିଆଇଏଫ୍ ପକ୍ଷରୁ ୯୫୫୫ କୋଟି ଟଙ୍କା ନିବେଶ କରାଯାଇଛି। ପାଣ୍ଠି ହାସଲ ପ୍ରକ୍ରିୟା ୨୦୨୦ ସେପ୍ଟେମ୍ବର ୨୫ରୁ ଆରମ୍ଭ ହୋଇ ନଭେମ୍ବର ୯ରେ ଶେଷ ହୋଇଛି।

ଇଶା ମୁକେଶ ଅମ୍ବାନି, ନିର୍ଦ୍ଦେଶିକା, ରିଲାଏନ୍ସ ରିଟେଲ୍ ଭେଂଚର୍ସ ଲିମିଟେଡ୍ କହିଛନ୍ତି ଯେ, “ଆର୍‌ଆର୍‌ଭିଏଲ୍‌ରେ ଏଭଳି ଦୃଢ଼ ଏବଂ ଖ୍ୟାତିସମ୍ପନ୍ନ ସହଯୋଗୀଙ୍କୁ ପାଇ ଆମେ ଗର୍ବିତ। ଆମ ବ୍ୟବସାୟ ପ୍ରତି ନିବେଶକମାନେ ପ୍ରଦର୍ଶନ କରିଥିବା ଉଲ୍ଲେଖନୀୟ ଆଗ୍ରହକୁ ନେଇ ଆଗେ ଗର୍ବିତ ଅନୁଭବ କରୁଛୁ ଏବଂ ସେମାନଙ୍କ ସହ କାର୍ଯ୍ୟ କରି ସେମାନଙ୍କ ଅଭିଜ୍ଞତା ଏବଂ ବିଶ୍ୱସ୍ତରରେ ରହିଥିବା ସମ୍ପର୍କର ଲାଭନେବା ପାଇଁ ଆମେ ଲକ୍ଷ୍ୟ ରଖିଛୁ। ନୂତନ ବାଣିଜ୍ୟ ଉପରେ ଆମେ ଗୁରୁତ୍ୱ ଦେବା ସହ ନିୟୁତାଧିକ ବ୍ୟବସାୟୀ ଏବଂ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଧରଣର ଉଦ୍ୟୋଗଗୁଡ଼ିକୁ ସଶକ୍ତ କରି ଆମେ ଭାରତୀୟ ରିଟେଲ୍ କ୍ଷେତ୍ରରେ ପରିବର୍ତ୍ତନକାରୀ ଭୂମିକା ନିର୍ବାହ କରିବାକୁ ପ୍ରତିବଦ୍ଧ ରହିଛୁ।’’

ଆର୍‌ଆର୍‌ଭିଏଲ୍ ପାଇଁ ମର୍ଗାନ ଷ୍ଟାନଲି ଆର୍ଥିକ ପରାମର୍ଶଦାତା, ସିରିଲ୍ ଅମରଚାନ୍ଦ ମଙ୍ଗଳଦାସ ଓ ଡେଭିସ୍ ପୋଲକ୍ ଓ ୱାର୍ଡୱେଲ୍ ଆଇନଗତ ପରାମର୍ଶଦାତା ଏବଂ ବିଓଏଫ୍‌ଏ ସିକ୍ୟୁରିଟିଜ୍ ଅତିରିକ୍ତ ଆର୍ଥିକ ଉପଦେଷ୍ଟା ଭାବେ କାର୍ଯ୍ୟ କରିଛନ୍ତି।