Home Top News ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସଂପର୍କରେ ସମୀକ୍ଷା ବୈଠକ

ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ସଂପର୍କରେ ସମୀକ୍ଷା ବୈଠକ

33

ଭୁବନେଶ୍ୱର, ୧୩/୦୧ (ଓଡ଼ିଆ ପୁଅ) ରାଜ୍ୟରେ ଚାଲୁ ରହିଥିବା ସମସ୍ତ ରେଳ ପ୍ରକଳ୍ପ ପାଇଁ ଥିବା ଜମି ଅଧିଗ୍ରହଣ ଓ ଏ କ୍ଷେତ୍ରରେ ଥିବା ସମସ୍ତ ଅସୁବିଧା ଦୂର କରିବା ଦିଗରେ ଏକ ସମୀକ୍ଷା ବୈଠକ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରାୟ ୪୦ଟି ରେଳ ପ୍ରକଳ୍ପର ଜମି ଗ୍ରହଣ ସଂପର୍କରେ ଆଲୋଚନା ହୋଇଥିଲା। ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପ ପାଇଁ ଆବଶ୍ୟକ ଜମି ଅଧଗ୍ରହଣ ସଂପର୍କରେ ପ୍ରମୁଖ ଶାସନ ସଚିବ ଗୁରୁତ୍ବାରୋପ କରିବା ସହ ଏହି କାର୍ଯ୍ୟ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଭର୍ଚ୍ଚୁଆଲ ମୋଡ଼ରେ ଆୟୋଜିତ ଏହି ବୈଠକରେ ୨୧ଟି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ବାଣିଜ୍ୟ ଓ ପରିବହନ ବିଭାଗର ଜମି ଅଧିଗ୍ରହଣ ଅଧୁକାରୀ ଓ ରେଲୱେର ବରିଷ୍ଠ ପଦାଧୁକାରୀମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.