Odiapua.com

ଲକ୍ଷ୍ମୀନୃସିଂହ ବେଶ

ପୁରୀ ୧୮ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ଶ୍ରୀମନ୍ଦିରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ। ପଞ୍ଚକର ଚତୁର୍ଥ ଦିବସ ଅର୍ଥାତ କାର୍ତ୍ତିକମାସ ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସଜ୍ଜିତ କରାଯାଇଥାଏ। ଏହି ଦିନ ଚକ୍ରନୃସିଂହଙ୍କ ନିକଟରୁ ଶ୍ରୀଜୀଉଙ୍କ ପାଖକୁ ଆଜ୍ଞାମାଳ ଆସିଥାଏ। ଲକ୍ଷ୍ମୀନୃସିଂହ ବେଶ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ। ସେବାୟତମାନେ ରତ୍ନଭାଣ୍ଡାରରୁ ଆଣିଥିବା ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାରରେ ଦିଅଁମାନଙ୍କୁ ସଜାଇଥାନ୍ତି। ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ। ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ। ଗୋପାଳ ବଲ୍ଲଭ, ବାଳଭୋଗ ଓ ସକାଳଧୁପ ଶେଷହେବା ପର୍ଯ୍ୟନ୍ତ ଏହି ବେଶ ରହିଥାଏ। ତେବେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ରେ ମହାପ୍ରଭୁଙ୍କ ରାଜଧିରାଜ ବେଶ ତଥା ସୁନା ବେଶ ଅନୁଷ୍ଠିତ ହେବ।