Home ଜିଲ୍ଲା ପରିକ୍ରମା ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ,...

ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ, ସ୍ଥିତି ଅନୁଧ୍ୟାନ କଲେ ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ

9

ଭଦ୍ରକ, ୨୪ା୮ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ବୈତରଣୀ ନଦୀ । ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବନ୍ୟା ଜଳ । ଆଖୁଆପଦା ଆନିକଟ ଠାରେ ବିଭାଗୀୟ ଅଧିକାରୀ ଉପସ୍ଥିତରେ ସ୍ଥିତି ଅନୁଧ୍ୟାନ କରିଛନ୍ତି ଭଣ୍ଡାରିପୋଖରୀ ବିଧାୟକ ସଂଜୀବ୍ କୁମାର ମଲ୍ଲିକ । ଷୋଳମପୁର ପଂଚାୟତ ବିନ୍ଧାଣ ଠାରେ ନଦୀ ବନ୍ଧ ଧସିଯାଇଥିବା ର ଖବର ପାଇ ବିଭାଗୀୟ ଅଧିକାରୀ ଙ୍କ ସମେତ ସ୍ଥାନୀୟ ଅଂଚଳର ନେତୃମଣ୍ଡଳୀ ଭଣ୍ଡାରିପୋଖରୀ ବ୍ଲକ୍ ଅଧ୍ୟକ୍ଷା ସୁମତୀ ସେଠୀଙ୍କ ଉପସ୍ଥିତିରେ ବିଧାୟକ ଶ୍ରୀ ମଲ୍ଲିକ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏବଂ ସାଧାରଣ ଜନତାଙ୍କ ସୁରକ୍ଷା ଧନଜୀବନ ସୁରକ୍ଷା କୁ ନଜରରେ ରଖି ଯଥାଶୀଘ୍ର ମରାମତି କରିବା ସହ ସରକାରୀ ସହାୟତା ଯୋଗାଇଦେବା ସହ ଆବଶ୍ୟକତା ଅନୁଯାୟୀ ଶୁଖିଲା ଖାଦ୍ୟ ଓ ମେଡ଼ିସିନ ପ୍ରସ୍ତୁତ ରଖିବା ନେଇ ପଂଚାୟତ ସମିତି ଅଧ୍ୟକ୍ଷା ସୁମତୀ ସେଠୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.