Odiapua.com

ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ବଙ୍ଗୋପସାଗର ଉପକୂଳରେ ସକ୍ରିୟ

ଭୁବନେଶ୍ୱର ୧୫ -୧୦ (ଓଡ଼ିଆ ପୁଅ) ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ-ବଙ୍ଗୋପସାଗର ଅଞ୍ଚଳରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ବଙ୍ଗୋପସାଗର ଉପକୂଳରେ ସକ୍ରିୟ ଏବଂ ଏହା ସହ ଜଡିତ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୫.୮ କିମି ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ।

ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବା ସମ୍ଭାବନା ଅଛି ବୋଲି କହିଛି ପାଣିପାଗ ବିବାଗ। ତେବେ ପାଣିପାଗ ବିଭାଗର ଆକଳନ ଅନୁୟାୟୀ,

ପ୍ରଥମ ଦିନ
(୧୫.୧୦. ୦୮୩୦ ଘଣ୍ଟା ରୁ ୧୬.୧୦ ୦୮୩୦ ଘଣ୍ଟା ପର୍ଯ୍ୟନ୍ତ ବୈଧ)

ଉପକୂଳ ଓଡ଼ିଶାର ଜିଲ୍ଲା ତଥା ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ।

ୟେଲୋ ୱାର୍ଣ୍ଣିଂ (ଅପ୍‌ଡେଟ୍‌ ହେବ)

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କିଓନଜାର, ଢେଙ୍କାନାଳ, କୋରାପୁଟ, ନରଙ୍ଗପୁର, କନ୍ଧମାଳ, ରାୟଗଡ଼ାଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଦ୍ୱିତୀୟ ଦିନ

(୧୬.୧୦. ୦୮୩୦ ଘଣ୍ଟା ରୁ ୧୭.୧୦ ୦୮୩୦ ଘଣ୍ଟା ପର୍ଯ୍ୟନ୍ତ ବୈଧ)

ଓଡ଼ିଶାର ଅନେକ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ।

ୟେଲୋ ୱାର୍ଣ୍ଣିଂ (ଅପ୍‌ଡେଟ୍‌ ହେବ)

୧. ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଜଗତସିଂହପୁର, ପୁରୀ ଜିଲ୍ଲାରେ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨. ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଲ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ।

ତୃତୀୟ ଦିନ
(୧୭.୧୦. ୦୮୩୦ ଘଣ୍ଟା ରୁ ୧୮.୧୦ ୦୮୩୦ ଘଣ୍ଟା ପର୍ଯ୍ୟନ୍ତ ବୈଧ)

ଓଡ଼ିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ।

ୟେଲୋ ୱାର୍ଣ୍ଣିଂ (ଅପ୍‌ଡେଟ୍‌ ହେବ)

ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।