Home Top News ଲଘୁଚାପ ପ୍ରଭାବରେ ନିମ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ ନିମ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ

90

ଭୁବନେଶ୍ୱର ୨୮ ଅଗଷ୍ଟ (ଓଡ଼ିଆ ପୁଅ) ପଶ୍ଚିମବଙ୍ଗ ଉପକୂଳରୁ ସୃଷ୍ଟି ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଅଞ୍ଚଳ ସୃଷ୍ଟି ହୋଇଛି ଏବଂ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଏହା ବର୍ରମାନ ଅବସ୍ଥିତ ଅଛି। ଏହାର ପ୍ରଭାବରେ ଆସନ୍ତା ୧୮ ଘଣ୍ଟା ମଧ୍ୟରେ

ଦକ୍ଷିଣ ଓଡ଼ିଶାର ଜିଲ୍ଲା ତଥା ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ପାଣିପାଗ ବିଭାଗ ସୂଚନା ଦେଇଥିବା ବେଳେ ନିମ୍ନ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି। ଆଜି ମଧ୍ୟାହ୍ନରେ ପାଣିପାଗ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ,

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲା ଗୁଡ଼ିକରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲେ ୱାର୍ଣ୍ଣିଂ ଜାରି କରାଯାଇଛିଯ

ସେହିପରି ଆସନ୍ତା କାଲି ପାଇଁ

ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ତଥା ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ବେଳେ ନିମ୍ନ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ

କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୁଆପଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.